Abaut Raja Parba ||ରାଜା ପର୍ବ ବିଷୟରେ କିଛି ଜାଣିବା କଥା ||odia raja song

happy raja

Happy Raja Parba - Banaste dakila Gaja,barasake thare aasichhi Raja, asichi raja lo gheni nua sajabaja.

ବାରମାସର ତେର ପର୍ବ ପାଳିତ ହେଉଥିବା ଓଡ଼ିଶାରେ ରଜ ହେଉଛି ଏକ ନିଆରା ପର୍ବ | ଆମ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାରେ ଜ୍ୟେଷ୍ଠ ମାସର ଶେଷ ଓ ଆଷାଢ଼ ମାସର ଆରମ୍ଭକୁ ମିଶାଇ ପାଳିତ ହୋଇଥାଏ ଏହି ତିନିଦିନିଆ ପର୍ବ | ରଜ ଓଡ଼ିଶାର ଏକ ପାରମ୍ପାରିକ ପର୍ବ ଓ ରାଜ୍ୟର ଗଣପର୍ବ । ଏହା ତିନିଦିନ ଧରି ପାଳନ କରାଯାଇଥାଏ । ଏହାର ଦ୍ଵିତୀୟ ଦିନରେ ମିଥୁନ ମାସର ଆରମ୍ଭ ଓ ଏହା ପରେ ବର୍ଷା ଆରମ୍ଭ ହୁଏ । ରଜ ସଂକ୍ରାନ୍ତିର ପୂର୍ବଦିନ ପହିଲି ରଜ, ଦ୍ଵିତୀୟ ଦିବସ ହେଉଛି ରଜ ସଂକ୍ରାନ୍ତି, ତୃତୀୟ ଦିବସ ହେଉଛି ଭୂମିଦାହ ବା ଭୂମି ଦହନ। ତିନିଦିନ ଧରି ସମସ୍ତ ପ୍ରକାର କୃଷିକାର୍ଯ୍ୟ ବନ୍ଦ ରଖିବା ସହ ଧରିତ୍ରୀ ବା ମାଟି ମା’ଙ୍କୁ ବିଶ୍ରାମ ଦିଆଯାଇଥାଏ | ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ଵଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି । 
            ଏହି ପର୍ବ ପାଳନ ବେଳରେ ଘରର ଘରଣୀମାନେ ସାଧାରଣ କାମରୁ ଛୁଟି ନେଇ ନାନାଦି ଖେଳରେ ମାତନ୍ତି । ଅଭିଆଡ଼ି ଝିଅମାନେ ଶାଢ଼ୀ ଆଦି ପିନ୍ଧି ରଜ ଦୋଳି ଖେଳ, ପୁଚି ଖେଳ ଆଦିରେ ସମୟ ଅତିବାହିତ କରିଥାନ୍ତି । ଏହି ଦିନ ଧରିତ୍ରୀ ମାଆକୁ ସମ୍ମାନ ଦେଇ କେହି ଭୂଇଁ ଉପରେ ଖାଲି ପାଦରେ ଚାଲିନଥାନ୍ତି । ପତ୍ର/ଖୋଳପାରେ ତିଆରି କଠଉରେ ଭୂଇଁ ଉପରେ ଚାଲିବାର ବିଧି ରହିଛି । ଏହି ଦିନ ପୋଡ଼ ପିଠା, ଚକୁଳି ପିଠା ଆଦି ଖିଆଯାଇ ଥାଏ ।

ରଜଦୋଳି ଗୀତ:
ବନସ୍ତେ ଡାକିଲା ଗଜ,
 ବରଷକେ ଥରେ ଆସିଛି ରଜ ଲୋ, ଘେନି ନୂଆ ସଜବାଜ ।
ରାଶିରୁ ଛାଡ଼ିଲା ଚୋପା, ଗୋଡ଼ରେ ନାଇଛୁ ସରୁ ଅଳତା ଲୋ, ମଥାରେ ସିନ୍ଦୂର ଟୋପା ।
ଉଡ଼ିଲା ଶୁଆ ନାହାକା, ଦୋଳିଟା କାହିଁକି ଲାଗୁଛି ଏକା ଲୋ, କାହା ବିନା ଏକା ଏକା ।
ପାଚିଲା ଭଇଁଚ କୋଳି, ବେକରେ ନାଇଚି ଗଜରା ମାଳି ଲୋ, ଝୁଲାଅ ରଜର ଦୋଳି ।
ପଣସ ପାଚିଲା ବନେ, ବନ ପୋଡ଼ିଗଲେ ଦୁନିଆ ଜାଣେ ଲୋ, ମନକଥା କିଏ ଜାଣେ ।
ଶଙ୍ଖ ମଲମଲ ଗିନା, ଦରଦ ଜାଣେଲୋ ଦରଦୀ ସିନା ଲୋ, ବଣିଆ ଚିହ୍ନେଟି ସୁନା ।
ନିମ୍ବର ବୁକେ ଚନ୍ଦନ, ଦେବତା ଗଢ଼ାଇଲା ନାରୀ ଜୀବନ ଲୋ, ଦେଲା ତହିଁ ଯଉବନ ।
ଢମଣା ଛାଡ଼ିଲା କାତି, ପୁରୁଷ ସିନାଲୋ ଭ୍ରମର ଜାତି ଲୋ, ନୂଆ ଖୋଜୁଥାନ୍ତି ନିତି ।
ଚାନ୍ଦରେ କଳଙ୍କ ଚିହ୍ନ, ନବ ଯଉବନି କିଆଁ ଗୁମାନ ଲୋ, ଆସିଲେଣି ଜୀବ ଧନ ।
ଲୁଚିଗଲା ମେଘେ ଚାନ୍ଦ, ଦୋଳି କଟକଟ କରେ ଶବଦ ଲୋ, ବହନ୍ତେ ପବନ ମନ୍ଦ ।
ଦୋଳି ହୁଏ ରଟରଟ, ମୋ ଭାଇ ମୁଣ୍ଡରେ ସୁନା ମୁକୁଟ ଲୋ, ଦିଶୁଥାଏ ଝଟଝଟ ।
ପରବତେ ଜଳେ ନିଆଁ, ପହଞ୍ଚାଇ ଦୋଳି ତେଣେ ନ ଚାହାଁ ଲୋ, ପୁଣି ହେବ ବାଆଁ ଡାଁ ।
ଉତୁରି ପଡ଼ିଲା ଦୁଧ, ଉଙ୍କି ମାରି ମାରି ଅନାଉ ଥାଏ ଲୋ, ନନ୍ଦର ଉଦିଆ ଚାନ୍ଦ ।
ଛତରା ବଜାର ହାଟ, ଛକି ବସିଥିବ ଚଗଲା କାହ୍ନୁଲୋ, ଛନ୍ଦରେ ମାଗିବ ଘାଟ ।
ଥୋଡ଼ମଞ୍ଜା କଲି ରାଇ, କଣ ନ କଲେ କଳା କହ୍ନାଇ ଲୋ, ମୁହଁକୁ ଯା ନ ଅନାଇ ।
କରମଙ୍ଗା କଲି ରାଇ, ମଥୁରାକୁ ଗଲେ କଳା କହ୍ନାଇ ଲୋ, କଣ୍ଟ ଦେଇ ଗଲେ କାହିଁ ।
ସାଉଁଟିଲି ବିଲ ଘଷି, କିମ୍ପାଇଁ ରାଧିକା ବସିଲା ରୁଷି ଲୋ, ଫୁଲ ଶେଜ ହେଲା ବାସି ।
କଟକଟ ହୁଏ ଦୋଳି, ଭାଉଜଙ୍କ ମନ ଯାଇଛି ଜଳି ଲୋ, ଭାଇ ବିଦେଷୁ ନଇଁଲେ ବୋଲି ।
ଗରଜେ କଳା ବଉଦ, ମୋତେ ତ ବରଷ ହେଲା ଚଉଦ ଲୋ, ଗଲାଣି ପିଲା ସୁଆଦ ।
ବଇଁଶୀ ବାଜିଲା କୁଞ୍ଜେ, ବଡ଼କଥା ବଡ଼ ଲୋକଙ୍କୁ ସାଜେ ଲୋ, ଛୋଟ କଲେ ଛାଟ ବାଜେ ।

                                                                                                                          for more video : https://www.youtube.com/channel/UC_x1bgSH1HH2eCJ83qN825A

                                                                                                                          Happy Raja Parba - Pana khia Rasika Paati, khoji buluthila Rajanka hati, dhali deigala sirare, raja hoigale rajare

                                                                                                                          Note: If there any mistake plz comment bellow .

                                                                                                                          Abaut Raja Parba ||ରାଜା ପର୍ବ ବିଷୟରେ କିଛି ଜାଣିବା କଥା ||odia raja song Abaut Raja Parba ||ରାଜା ପର୍ବ ବିଷୟରେ କିଛି ଜାଣିବା କଥା ||odia raja song Reviewed by odia love story on June 12, 2018 Rating: 5

                                                                                                                          No comments:

                                                                                                                          '
                                                                                                                          Powered by Blogger.